29ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡ଼ା ମାରେ, ତାହା ପ୍ରତି ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ; ଆଉ, ଯେ ତୁମ୍ଭର ବସ୍ତ୍ର ନେଇଯାଏ, ତାହାକୁ ତୁମ୍ଭର ଅଙ୍ଗରଖା ମଧ୍ୟ ନେବାକୁ ମନା କର ନାହିଁ।
30ଯେ କେହି ତୁମ୍ଭକୁ ମାଗେ, ତାହାକୁ ଦିଅ; ଆଉ ଯେ ତୁମ୍ଭର ସମ୍ପତ୍ତି ନେଇଯାଏ, ତାହାଠାରୁ ତାହା ପୁନର୍ବାର ଦାବି କର ନାହିଁ।
31ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କର।
32ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? କାରଣ ପାପୀମାନେ ସୁଦ୍ଧା ଆପଣା ଆପଣା ପ୍ରେମକାରୀମାନଙ୍କୁ ପ୍ରେମ କରନ୍ତି।
33ଆଉ, ଯେଉଁମାନେ ତୁମ୍ଭମାନଙ୍କର ମଙ୍ଗଳ କରନ୍ତି, ଯଦି ତୁମ୍ଭେମାନେ ସେମାନଙ୍କର ମଙ୍ଗଳ କର, ତେବେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? କାରଣ ପାପୀମାନେ ସୁଦ୍ଧା ତାହା କରନ୍ତି।