2କିନ୍ତୁ ଫାରୂଶୀମାନଙ୍କ ମଧ୍ୟରୁ କେତେକ କହିଲେ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନାହିଁ, ତାହା ତୁମ୍ଭେମାନେ କାହିଁକି କରୁଅଛ?
3ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଦାଉଦ ଓ ତାହାଙ୍କ ସଙ୍ଗୀମାନେ ଭୋକିଲା ଥିବା ସମୟରେ ସେ କଅଣ କରିଥିଲେ, ତାହା ସୁଦ୍ଧା କି ତୁମ୍ଭେମାନେ ପଢ଼ି ନାହଁ?
4ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ବିନା ଆଉ କାହାରି ଭୋଜନ କରିବା ବିଧିସଙ୍ଗତ ନୁହେଁ, ତାହା ନେଇ ଖାଇଥିଲେ, ପୁଣି, ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ।”
5ଆଉ, ସେ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି।”
6ସେ ଆଉ ଏକ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେଉଥିଲେ; ସେଠାରେ ଜଣେ ଲୋକ ଥିଲା, ତାହାର ଡାହାଣ ହାତ ଶୁଖିଯାଇଥିଲା।