39ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ମଧ୍ୟ କହିଲେ, ଅନ୍ଧ କଅଣ ଅନ୍ଧକୁ ବାଟ କଢ଼ାଇପାରେ? ସେମାନେ କଅଣ ଉଭୟେ ଗାତରେ ପଡ଼ିବେ ନାହିଁ?
40ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ।
41ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ?
42ତୁମ୍ଭେ ଆପଣା ଆଖିରେ ଥିବା କଡ଼ିକାଠ ନ ଦେଖି କିପରି ନିଜ ଭାଇ କି କହିପାର, ଭାଇ, ଆସ, ତୁମ୍ଭ ଆଖିରେ ଥିବା କୁଟାଟିକକ ବାହାର କରିଦେବି? କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରେ ଥିବା କୁଟାଟିକକ ବାହାର କରିବା ନିମନ୍ତେ ସ୍ପଷ୍ଟ ରୂପେ ଦେଖି ପାରିବ।”
43“କାରଣ ଏପରି କୌଣସି ଭଲ ଗଛ ନାହିଁ, ଯାହାକି ମନ୍ଦ ଫଳ ଫଳେ, ଅନ୍ୟ ପକ୍ଷରେ ଏପରି କୌଣସି ମନ୍ଦ ଗଛ ନାହିଁ, ଯାହାକି ଭଲ ଫଳ ଫଳେ।