44କାରଣ ପ୍ରତ୍ୟେକ ଗଛ ନିଜର ଫଳ ଦ୍ୱାରା ଚିହ୍ନାଯାଏ; କଣ୍ଟାଗଛରୁ ତ ଲୋକମାନେ ଡିମ୍ବିରି ତୋଳନ୍ତି ନାହିଁ, କିମ୍ବା କଣ୍ଟାଗଛରୁ ଦ୍ରାକ୍ଷାଫଳ ତୋଳନ୍ତି ନାହିଁ।
45ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ; କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ।
46ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି କହୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ?
47ଯେ କେହି ମୋ ନିକଟକୁ ଆସି ମୋହର କଥା ଶୁଣି ସେହିସବୁ ପାଳନ କରେ, ସେ କାହା ପରି, ମୁଁ ତୁମ୍ଭମାନଙ୍କୁ ଜଣାଇବି।
48ସେ ଏପରି ଜଣେ ଘର ନିର୍ମାଣକାରୀ ଲୋକ ପରି, ଯେ ଗଭୀର ଗାତ ଖୋଳି ମୂଳଦୁଆ ପଥର ଉପରେ ବସାଇଲେ; ଆଉ, ବଢ଼ି ହୁଅନ୍ତେ ସୁଅ ସେହି ଘରକୁ ପ୍ରବଳ ଭାବରେ ଧକ୍କା ମାରିଲା, କିନ୍ତୁ ତାହା ହଲାଇ ପାରିଲା ନାହିଁ, କାରଣ ତାହା ଉତ୍ତମ ରୂପେ ନିର୍ମାଣ କରାଯାଇଥିଲା।