ଲୂକ 6

ଯେ କେହି ମୋ ନିକଟକୁ ଆସି ମୋହର କଥା ଶୁଣି ସେହିସବୁ ପାଳନ କରେ, ସେ କାହା ପରି, ମୁଁ ତୁମ୍ଭମାନଙ୍କୁ ଜଣାଇବି।

Luke 6:47 (UKJV) Whosoever comes to me, and hears my sayings, and does them, I will show you to whom he is like:

45ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ; କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ।

46ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି କହୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ?

47ଯେ କେହି ମୋ ନିକଟକୁ ଆସି ମୋହର କଥା ଶୁଣି ସେହିସବୁ ପାଳନ କରେ, ସେ କାହା ପରି, ମୁଁ ତୁମ୍ଭମାନଙ୍କୁ ଜଣାଇବି।

48ସେ ଏପରି ଜଣେ ଘର ନିର୍ମାଣକାରୀ ଲୋକ ପରି, ଯେ ଗଭୀର ଗାତ ଖୋଳି ମୂଳଦୁଆ ପଥର ଉପରେ ବସାଇଲେ; ଆଉ, ବଢ଼ି ହୁଅନ୍ତେ ସୁଅ ସେହି ଘରକୁ ପ୍ରବଳ ଭାବରେ ଧକ୍କା ମାରିଲା, କିନ୍ତୁ ତାହା ହଲାଇ ପାରିଲା ନାହିଁ, କାରଣ ତାହା ଉତ୍ତମ ରୂପେ ନିର୍ମାଣ କରାଯାଇଥିଲା।

49କିନ୍ତୁ ଯେ ଶୁଣି ପାଳନ କରେ ନାହିଁ, ସେ ମୂଳଦୁଆ ପଥର ଉପରେ ନ ବସାଇ ମାଟି ଉପରେ ଘର ନିର୍ମାଣକାରୀ ଲୋକ ପରି; ବନ୍ୟା ଜଳ ସେହି ଘର ଉପରେ ପ୍ରବଳ ଭାବରେ ଧକ୍କା ମାରିବାରୁ ସେହିକ୍ଷଣି ତାହା ପଡ଼ିଗଲା ଓ ତାହାର ବିନାଶ ଭୟଙ୍କର ହେଲା।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.