ଲୂକ 7

ତାହାକୁ ଦେଖି ପ୍ରଭୁ ତାହା ପ୍ରତି ଦୟାରେ ବିଗଳିତ ହୋଇ ତାହାକୁ କହିଲେ, “ରୋଦନ କର ନାହିଁ।”

Luke 7:13 (UKJV) And when the Lord saw her, he had compassion on her, and said unto her, Weep not.

11ଏଥିଉତ୍ତାରେ ସେ ନାଇନ ନାମକ ନଗରକୁ ଯାତ୍ରା କଲେ, ଆଉ ତାହାଙ୍କ ଶିଷ୍ୟମାନେ ଓ ବହୁସଂଖ୍ୟକ ଲୋକ ତାହାଙ୍କ ସାଙ୍ଗରେ ଯାଉଥିଲେ।

12ସେ ନଗର-ଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଲୋକେ ଜଣେ ମୃତ ମନୁଷ୍ୟକୁ ବାହାରକୁ ବୋହି ଆଣୁଥିଲେ, ସେ ଆପଣା ମାତାର ଏକମାତ୍ର ପୁତ୍ର, ପୁଣି, ସେହି ସ୍ତ୍ରୀ ବିଧବା; ଆଉ ନଗରର ବହୁସଂଖ୍ୟକ ଲୋକ ତାହାଙ୍କ ସଙ୍ଗରେ ଥିଲେ।

13ତାହାକୁ ଦେଖି ପ୍ରଭୁ ତାହା ପ୍ରତି ଦୟାରେ ବିଗଳିତ ହୋଇ ତାହାକୁ କହିଲେ, “ରୋଦନ କର ନାହିଁ।”

14ଆଉ ସେ ନିକଟକୁ ଯାଇ କୋକେଇ ଛୁଇଁଲେ, ପୁଣି, ବୋହି ନେଉଥିବା ଲୋକମାନେ ଠିଆ ହୁଅନ୍ତେ ସେ କହିଲେ, “ଯୁବକ, ମୁଁ ତୁମ୍ଭକୁ କହୁଅଛି, ଉଠ।”

15ସେଥିରେ ମୃତ ଯୁବକଟି ଉଠି ବସିଲା ଆଉ କଥା କହିବାକୁ ଲାଗିଲା, ପୁଣି, ସେ ତାହାକୁ ତାହାର ମାତାର ହସ୍ତରେ ସମର୍ପଣ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.