ଲୂକ 7

ପୁଣି, ଯୀଶୁଙ୍କ ବିଷୟରେ ଏହି ସମ୍ବାଦ ସମସ୍ତ ଯିହୂଦିୟା ପ୍ରଦେଶ ଓ ଚାରିପାଖର ସମସ୍ତ ଅଞ୍ଚଳରେ ବ୍ୟାପିଗଲା।

Luke 7:17 (UKJV) And this rumour of him went forth throughout all Judaea, and throughout all the region round about.

15ସେଥିରେ ମୃତ ଯୁବକଟି ଉଠି ବସିଲା ଆଉ କଥା କହିବାକୁ ଲାଗିଲା, ପୁଣି, ସେ ତାହାକୁ ତାହାର ମାତାର ହସ୍ତରେ ସମର୍ପଣ କଲେ।

16ଏଥିରେ ସମସ୍ତଙ୍କ ମଧ୍ୟରେ ଭୟ ଖେଳିଗଲା ଆଉ ସେମାନେ ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିବାକୁ ଲାଗିଲେ, ଆମ୍ଭମାନଙ୍କ ମଧ୍ୟରେ ଜଣେ ମହାନ ଭାବବାଦୀ ଉତ୍ଥିତ ହୋଇଅଛନ୍ତି ଏବଂ ଈଶ୍ବର ଆପଣା ଲୋକଙ୍କ ପ୍ରତି କୃପାଦୃଷ୍ଟି କରିଅଛନ୍ତି।

17ପୁଣି, ଯୀଶୁଙ୍କ ବିଷୟରେ ଏହି ସମ୍ବାଦ ସମସ୍ତ ଯିହୂଦିୟା ପ୍ରଦେଶ ଓ ଚାରିପାଖର ସମସ୍ତ ଅଞ୍ଚଳରେ ବ୍ୟାପିଗଲା।

18ପରେ ବାପ୍ତିଜକ ଯୋହନଙ୍କ ଶିଷ୍ୟମାନେ ଏହି ସମସ୍ତ ବିଷୟ ତାହାଙ୍କୁ ଜଣାଇଲେ।

19ସେଥିରେ ଯୋହନ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପାଖକୁ ଡାକି ପ୍ରଭୁଙ୍କ ନିକଟକୁ ଏହା କହି ପଠାଇଲେ, ଆପଣ କଅଣ ସେହି ବ୍ୟକ୍ତି ଯାହାଙ୍କର ଆଗମନ ହେବ, ନା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.