1ସେ ଲୋକମାନଙ୍କ କର୍ଣ୍ଣଗୋଚରରେ ଆପଣାର ସବୁ କଥା ଶେଷ କରି କଫର୍ନାହୂମରେ ପ୍ରବେଶ କଲେ।
2ସେ ସମୟରେ ଜଣେ ଶତ-ସେନାପତିଙ୍କର ଦାସ ଅସୁସ୍ଥ ହୋଇ ମଲା ଭଳି ହୋଇଥିଲା, ସେ ତାହାଙ୍କର ପ୍ରିୟପାତ୍ର ଥିଲେ।
3ସେ ଯୀଶୁଙ୍କ ବିଷୟରେ ଖବର ପାଇ, ସେ ଯେପରି ଆସି ତାହାଙ୍କ ଦାସର ପ୍ରାଣ ରକ୍ଷା କରନ୍ତି, ଏଥିନିମନ୍ତେ ତାହାଙ୍କ ପାଖକୁ ଯିହୁଦୀମାନଙ୍କର କେତେକ ପ୍ରାଚୀନମାନଙ୍କୁ ପଠାଇ ତାହାଙ୍କୁ ଅନୁରୋଧ କଲେ।
4ସେମାନେ ଯୀଶୁଙ୍କ ନିକଟରେ ପହଞ୍ଚି ତାହାଙ୍କୁ ବିଶେଷ ବିନତି କରି କହିବାକୁ ଲାଗିଲେ, ଆପଣ ଯେ ତାହାଙ୍କ ନିମନ୍ତେ ଏହା କରିବେ, ସେ ସେଥିର ଯୋଗ୍ୟ ଅଟନ୍ତି;
5କାରଣ ସେ ଆମ୍ଭ ଯିହୁଦୀ ଲୋକମାନଙ୍କୁ ପ୍ରେମ କରନ୍ତି ଓ ଆପେ ଆମ୍ଭମାନଙ୍କ ନିମନ୍ତେ ସମାଜଗୃହ ନିର୍ମାଣ କରିଅଛନ୍ତି।