ଲୂକ 7

ଆଉ ଦେଖ, ସେହି ନଗରରେ ଜଣେ ପାପିନୀ ସ୍ତ୍ରୀ ଥିଲା; ଯୀଶୁ ସେହି ଫାରୂଶୀଙ୍କ ଗୃହରେ ଭୋଜନରେ ବସିଅଛନ୍ତି, ଏହା ଜାଣି ପାରି ସେ ଗୋଟିଏ ପାତ୍ରରେ ସୁଗନ୍ଧି ତୈଳ ଆଣି,

Luke 7:37 (UKJV) And, behold, a woman in the city, which was a sinner, when she knew that Jesus sat at food in the Pharisee's house, brought an alabaster box of ointment,

35ମାତ୍ର ଜ୍ଞାନ ଆପଣା ସମସ୍ତ ସନ୍ତାନମାନଙ୍କ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହୋଇଅଛି।”

36ଆଉ ଫାରୂଶୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଆପଣା ସହିତ ଭୋଜନ କରିବାକୁ ନିମନ୍ତ୍ରଣ କଲେ। ସେଥିରେ ସେ ଫାରୂଶୀଙ୍କ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ।

37ଆଉ ଦେଖ, ସେହି ନଗରରେ ଜଣେ ପାପିନୀ ସ୍ତ୍ରୀ ଥିଲା; ଯୀଶୁ ସେହି ଫାରୂଶୀଙ୍କ ଗୃହରେ ଭୋଜନରେ ବସିଅଛନ୍ତି, ଏହା ଜାଣି ପାରି ସେ ଗୋଟିଏ ପାତ୍ରରେ ସୁଗନ୍ଧି ତୈଳ ଆଣି,

38ପଛଆଡ଼େ ତାହାଙ୍କ ପାଦ ପାଖରେ ଠିଆ ହୋଇ ରୋଦନ କରୁ କରୁ ଲୁହରେ ତାହାଙ୍କ ପାଦ ଓଦା କରି ନିଜ ମସ୍ତକର କେଶରେ ତାହା ପୋଛିବାକୁ ଲାଗିଲା, ଆଉ ତାହାଙ୍କ ପାଦକୁ ଚୁମ୍ବନ କରୁ କରୁ ସେହି ସୁଗନ୍ଧି ତୈଳ ଲଗାଇ ଦେବାକୁ ଲାଗିଲା।

39ତାହା ଦେଖି, ଯେଉଁ ଫାରୂଶୀ ତାହାଙ୍କୁ ନିମନ୍ତ୍ରଣ କରିଥିଲେ, ସେ ମନେ ମନେ କହିଲେ, ଏ ଯଦି ଭାବବାଦୀ ହୋଇଥାଆନ୍ତା, ତାହାହେଲେ ଏହାକୁ ଯେ ସ୍ପର୍ଶ କରୁଅଛି, ସେ କିଏ ଓ କି ପ୍ରକାର ସ୍ତ୍ରୀ, ଅର୍ଥାତ୍‍, ସେ ଯେ ପାପିନୀ, ଏହା ଜାଣିଥାଆନ୍ତା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.