39ତାହା ଦେଖି, ଯେଉଁ ଫାରୂଶୀ ତାହାଙ୍କୁ ନିମନ୍ତ୍ରଣ କରିଥିଲେ, ସେ ମନେ ମନେ କହିଲେ, ଏ ଯଦି ଭାବବାଦୀ ହୋଇଥାଆନ୍ତା, ତାହାହେଲେ ଏହାକୁ ଯେ ସ୍ପର୍ଶ କରୁଅଛି, ସେ କିଏ ଓ କି ପ୍ରକାର ସ୍ତ୍ରୀ, ଅର୍ଥାତ୍, ସେ ଯେ ପାପିନୀ, ଏହା ଜାଣିଥାଆନ୍ତା।
40ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଶିମୋନ, ତୁମ୍ଭକୁ ମୋହର କିଛି କହିବାର ଅଛି।” ସେ କହିଲେ, ଗୁରୁ, କୁହନ୍ତୁ।
41“ଜଣେ ମହାଜନଙ୍କର ଦୁଇ ଜଣ ଋଣୀ ଥିଲେ; ଜଣେ ପାଞ୍ଚଶହ ଦିନର ମଜୁରୀ ସମାନ ମୂଲ୍ୟ ଓ ଆଉ ଜଣେ ପଚାଶ ଦିନର ମଜୁରୀ ସମାନ ମୂଲ୍ୟ ଋଣ କରିଥିଲା।
42ଋଣ ସୁଝିବାକୁ ସେମାନଙ୍କର କିଛି ନ ଥିବାରୁ ସେ ଉଭୟଙ୍କର ଋଣ କ୍ଷମା କଲେ। ଏଣୁ ସେମାନଙ୍କ ମଧ୍ୟରୁ କିଏ ତାହାଙ୍କୁ ଅଧିକ ପ୍ରେମ କରିବ?”
43ଶିମୋନ ଉତ୍ତର ଦେଲେ, ମୁଁ ଜାଣିବାରେ, ସେ ଯାହାର ଅଧିକ ଋଣ କ୍ଷମା କଲେ, ସେ। ସେ ତାହାଙ୍କୁ କହିଲେ, “ତୁମ୍ଭେ ଠିକ୍ ବିଚାର କଲ।”