ଲୂକ 7

ତୁମ୍ଭେ ମୋହର ମସ୍ତକରେ ତୈଳ ଲଗାଇଲ ନାହିଁ? କିନ୍ତୁ ଏ ମୋହର ପାଦରେ ସୁଗନ୍ଧି ତୈଳ ଲଗାଇଲା।

Luke 7:46 (UKJV) My head with oil you did not anoint: but this woman has anointed my feet with ointment.

44ଆଉ, ସେ ସେହି ସ୍ତ୍ରୀ ପ୍ରତି ମୁଖ ଫେରାଇ ଶିମୋନଙ୍କୁ କହିଲେ, “ଏହି ସ୍ତ୍ରୀକୁ ଦେଖୁଅଛ? ମୁଁ ତୁମ୍ଭ ଗୃହକୁ ଆସିଲି, ତୁମ୍ଭେ ମୋ ପାଦ ପାଇଁ ପାଣି ଦେଲ ନାହିଁ, କିନ୍ତୁ ଏ ଲୁହରେ ମୋହର ପାଦ ସିକ୍ତ କରି ନିଜ କେଶରେ ତାହା ପୋଛିଦେଲା।

45ତୁମ୍ଭେ ମୋତେ ଚୁମ୍ବନ କଲ ନାହିଁ? କିନ୍ତୁ ମୁଁ ଭିତରକୁ ଆସିବା ସମୟଠାରୁ ଏ ମୋହର ପାଦ ଚୁମ୍ବନ କରିବାକୁ ବନ୍ଦ କରି ନାହିଁ।

46ତୁମ୍ଭେ ମୋହର ମସ୍ତକରେ ତୈଳ ଲଗାଇଲ ନାହିଁ? କିନ୍ତୁ ଏ ମୋହର ପାଦରେ ସୁଗନ୍ଧି ତୈଳ ଲଗାଇଲା।

47ଏଣୁ ମୁଁ ତୁମ୍ଭକୁ କହୁଅଛି, ଏହାର ଅନେକ ପାପ କ୍ଷମା ହୋଇଅଛି, କାରଣ ସେ ବହୁତ ପ୍ରେମ କଲା; କିନ୍ତୁ ଯାହାକୁ ଅଳ୍ପ କ୍ଷମା ଦିଆଯାଏ, ସେ ଅଳ୍ପ ପ୍ରେମ କରେ।”

48ଆଉ ସେ ସେହି ସ୍ତ୍ରୀକୁ କହିଲେ, “ତୋହର ପାପସବୁ କ୍ଷମା ହୋଇଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.