11“ଦୃଷ୍ଟାନ୍ତର ଅର୍ଥ ଏହି, ବିହନ ଈଶ୍ବରଙ୍କ ବାକ୍ୟ,
12ଆଉ ଯେଉଁମାନେ ବାଟ ପାଖରେ ଅଛନ୍ତି, ସେମାନେ ବାକ୍ୟ ଶୁଣନ୍ତି; ତାହା ପରେ ଶୟତାନ ଆସି, ଯେପରି ସେମାନେ ବିଶ୍ୱାସ କରି ପରିତ୍ରାଣ ନ ପାଆନ୍ତି, ଏଥିନିମନ୍ତେ ସେମାନଙ୍କ ହୃଦୟରୁ ବାକ୍ୟ ନେଇଯାଏ।
13ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ୱାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି।
14ଆଉ, କଣ୍ଟାଗଛଗୁଡ଼ାକ ମଧ୍ୟରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଯେଉଁମାନେ ଶୁଣି ସାଂସାରିକ ଚିନ୍ତା, ଧନ ଓ ସୁଖଭୋଗର ବଶବର୍ତ୍ତୀ ହୋଇ ଜୀବନ ଯାତ୍ରା କରୁ କରୁ ଚାପି ହୋଇଯାନ୍ତି, ପୁଣି, ପରିପକ୍ୱ ଫଳ ଉତ୍ପନ୍ନ କରନ୍ତି ନାହିଁ।
15ଆଉ, ଉତ୍ତମ ଭୂମିରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଆଉ, ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ଧୈର୍ଯ୍ୟ ସହକାରେ ଫଳ ଫଳନ୍ତି।”