16“କେହି ଦୀପ ଜାଳି ପାତ୍ର ଦ୍ୱାରା ତାହା ଘୋଡ଼ାଇ ରଖେ ନାହିଁ, କିମ୍ବା ଖଟ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି।
17କାରଣ ଯାହା ପ୍ରକାଶିତ ନ ହେବ, ଏପରି ଗୁପ୍ତ ବିଷୟ କିଛି ନାହିଁ, ଅବା ଯାହା ଜଣାଯାଇ ପ୍ରକାଶ ନ ପାଇବ, ଏପରି ଗୁପ୍ତ ବିଷୟ କିଛି ନାହିଁ।
18ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ।”
19ତାହାଙ୍କ ମାଆ ଓ ଭାଇମାନେ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ଲୋକଗହଳି ହେତୁ ତାହାଙ୍କ ସହିତ ଦେଖା କରିପାରୁ ନ ଥିଲେ।
20ସେଥିରେ ତାହାଙ୍କୁ ଏହି ଖବର ଦିଆଗଲା, ଆପଣଙ୍କର ମାଆ ଓ ଭାଇମାନେ ଆପଣଙ୍କ ସହିତ ଦେଖା କରିବାକୁ ଇଚ୍ଛା କରି ବାହାରେ ଠିଆ ହୋଇଅଛନ୍ତି।