18ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ।”
19ତାହାଙ୍କ ମାଆ ଓ ଭାଇମାନେ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ଲୋକଗହଳି ହେତୁ ତାହାଙ୍କ ସହିତ ଦେଖା କରିପାରୁ ନ ଥିଲେ।
20ସେଥିରେ ତାହାଙ୍କୁ ଏହି ଖବର ଦିଆଗଲା, ଆପଣଙ୍କର ମାଆ ଓ ଭାଇମାନେ ଆପଣଙ୍କ ସହିତ ଦେଖା କରିବାକୁ ଇଚ୍ଛା କରି ବାହାରେ ଠିଆ ହୋଇଅଛନ୍ତି।
21କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ମୋହର ମାଆ ଓ ଭାଇମାନେ।”
22ସେହି ସମୟରେ ଦିନେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ନୌକାରେ ଚଢ଼ିଲେ, ଆଉ ସେ ସେମାନଙ୍କୁ କହିଲେ, “ଆସ, ହ୍ରଦର ଆରପାରିକୁ ଯିବା।” ସେଥିରେ ସେମାନେ ନୌକା ଫିଟାଇଦେଲେ।