23କିନ୍ତୁ ସେମାନେ ନୌକା ବାହି ଯାଉଥିବା ସମୟରେ ଯୀଶୁ ଶୋଇପଡ଼ିଥିଲେ। ସେତେବେଳେ ହ୍ରଦରେ ତୋଫାନ ହେଲା, ଆଉ ସେମାନଙ୍କ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା ଓ ସେମାନେ ବିପଦରେ ପଡ଼ିଲେ।
24ସେଥିରେ ଶିଷ୍ୟମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ହେ ଗୁରୁ, ଆମେ ମଲୁ। ଏଥିରେ ସେ ଉଠି ପବନ ଓ ପ୍ରବଳ ତରଙ୍ଗକୁ ଧମକ ଦେଲେ, ଆଉ ସେହିସବୁ ବନ୍ଦ ହୋଇ ସୁସ୍ଥିର ହେଲା।
25ପୁଣି, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ବିଶ୍ୱାସ କାହିଁ?” କିନ୍ତୁ ସେମାନେ ଭୀତ ଓ ଚକିତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ସେ ବାୟୁ ଓ ଜଳକୁ ସୁଦ୍ଧା ଆଦେଶ ଦିଅନ୍ତେ, ସେମାନେ ତାହାଙ୍କ ଆଜ୍ଞା ମାନନ୍ତି।
26ପରେ ସେମାନେ ଗାଲିଲୀର ସମ୍ମୁଖବର୍ତ୍ତୀ ସେପାରିର ଗରାଶୀୟମାନଙ୍କ ଅଞ୍ଚଳରେ ପହଞ୍ଚିଲେ।
27ସେ ନୌକାରୁ ବାହାରି କୂଳରେ ଓହ୍ଲାନ୍ତେ ସେହି ନଗରର ଜଣେ ଭୂତଗ୍ରସ୍ତ ଲୋକ ତାହାଙ୍କୁ ଭେଟିଲା; ସେ ବହୁକାଳ ପର୍ଯ୍ୟନ୍ତ ଲୁଗା ନ ପିନ୍ଧି ଓ ଘରେ ନ ରହି ସମାଧି-ସ୍ଥାନରେ ରହୁଥିଲା।