26ପରେ ସେମାନେ ଗାଲିଲୀର ସମ୍ମୁଖବର୍ତ୍ତୀ ସେପାରିର ଗରାଶୀୟମାନଙ୍କ ଅଞ୍ଚଳରେ ପହଞ୍ଚିଲେ।
27ସେ ନୌକାରୁ ବାହାରି କୂଳରେ ଓହ୍ଲାନ୍ତେ ସେହି ନଗରର ଜଣେ ଭୂତଗ୍ରସ୍ତ ଲୋକ ତାହାଙ୍କୁ ଭେଟିଲା; ସେ ବହୁକାଳ ପର୍ଯ୍ୟନ୍ତ ଲୁଗା ନ ପିନ୍ଧି ଓ ଘରେ ନ ରହି ସମାଧି-ସ୍ଥାନରେ ରହୁଥିଲା।
28ସେ ଯୀଶୁଙ୍କୁ ଦେଖି ଚିତ୍କାର କରି ତାହାଙ୍କ ଚରଣ ତଳେ ପଡ଼ି ଉଚ୍ଚସ୍ୱରରେ କହିଲା, ହେ ମହାନ ଈଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କଅଣ ଅଛି? ମୁଁ ତୁମ୍ଭକୁ ନିବେଦନ କରୁଅଛି, ମୋତେ କଷ୍ଟ ଦିଅ ନାହିଁ।
29କାରଣ ସେ ଅଶୁଚି ଆତ୍ମାକୁ ସେହି ମନୁଷ୍ୟଠାରୁ ବାହାରିଯିବା ପାଇଁ ଆଜ୍ଞା ଦେବାକୁ ଯାଉଥିଲେ। ସେହି ଆତ୍ମା ଅନେକ ଥର ତାହାକୁ ଧରିଥିଲା, ପୁଣି, ଲୋକେ ତାହାକୁ ଜଞ୍ଜିର ଓ ବେଡ଼ିସବୁ ଦ୍ୱାରା ବାନ୍ଧି ରଖୁଥିଲେ, ମାତ୍ର ସେ ବନ୍ଧନସବୁ ଛିଣ୍ଡାଇପକାଇ ଭୂତ ଦ୍ୱାରା ପ୍ରାନ୍ତରକୁ ଚାଳିତ ହେଉଥିଲା।
30ଯୀଶୁ ତାହାଙ୍କୁ ପଚାରିଲେ, “ତୋର ନାଁ କଅଣ?” ସେ କହିଲା, ବାହିନୀ; କାରଣ ଅନେକ ଭୂତ ତାହାଠାରେ ପ୍ରବେଶ କରିଥିଲେ।