30ଯୀଶୁ ତାହାଙ୍କୁ ପଚାରିଲେ, “ତୋର ନାଁ କଅଣ?” ସେ କହିଲା, ବାହିନୀ; କାରଣ ଅନେକ ଭୂତ ତାହାଠାରେ ପ୍ରବେଶ କରିଥିଲେ।
31ପୁଣି, ସେ ଯେପରି ସେମାନଙ୍କୁ ପାତାଳକୁ ଯିବା ପାଇଁ ଆଜ୍ଞା ନ ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କରିବାକୁ ଲାଗିଲେ।
32ସେଠାରେ ପର୍ବତ ଉପରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା, ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଘୁଷୁରିଗୁଡ଼ାକ ମଧ୍ୟରେ ପଶିବା ପାଇଁ ଅନୁମତି ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କଲେ।
33ସେ ସେମାନଙ୍କୁ ଅନୁମତି ଦିଅନ୍ତେ, ଭୂତଗୁଡ଼ାକ ସେହି ମନୁଷ୍ୟଠାରୁ ବାହାରି ଘୁଷୁରିଗୁଡ଼ାକ ମଧ୍ୟରେ ପଶିଲେ; ସେଥିରେ ସେହି ଘୁଷୁରୀ ପଲ ଅତି ବେଗରେ ପାହାଡ ଉପରୁ ଦୌଡ଼ିଯାଇ ହ୍ରଦରେ ପଡ଼ି ବୁଡ଼ି ମଲେ।
34ଚରାଉଥିବା ଲୋକମାନେ ସେହି ଘଟଣା ଦେଖି ପଳାଇଯାଇ ନଗର ଓ ପଲ୍ଲୀଗୁଡି଼କରେ ତାହା ଜଣାଇଲେ।