35ସେଥିରେ ଲୋକେ ସେହି ଘଟଣା ଦେଖିବାକୁ ବାହାରି ଆସିଲେ; ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି, ଯେଉଁ ମନୁଷ୍ୟଠାରୁ ଭୂତଗୁଡ଼ାକ ବାହାରିଥିଲେ, ତାହାକୁ ଲୁଗା ପିନ୍ଧି ଭଲ ମନରେ ଯୀଶୁଙ୍କ ପାଦ ତଳେ ବସିଥିବା ଦେଖି ଭୟ କଲେ।
36ଆଉ, ଯେଉଁମାନେ ଦେଖିଲେ, ସେମାନେ ସେହି ଭୂତଗ୍ରସ୍ତ ଲୋକ କିପରି ସୁସ୍ଥ ହେଲା, ତାହା ସେମାନଙ୍କୁ ଜଣାଇଲେ।
37ସେଥିରେ ଗରାଶୀୟମାନଙ୍କ ଅଞ୍ଚଳର ଚାରିପାଖରେ ଥିବା ସମସ୍ତ ଲୋକ ସେମାନଙ୍କଠାରୁ ଯିବା ପାଇଁ ତାହାଙ୍କୁ ଅନୁରୋଧ କଲେ, କାରଣ ସେମାନେ ଅତ୍ୟନ୍ତ ଭୟଗ୍ରସ୍ତ ହୋଇଥିଲେ; ଆଉ, ସେ ଗୋଟିଏ ନୌକାରେ ଚଢ଼ି ଫେରିଆସିଲେ।
38କିନ୍ତୁ ଯେଉଁ ଲୋକଠାରୁ ଭୂତଗୁଡ଼ାକ ବାହାରିଯାଇଥିଲେ, ସେ ଯୀଶୁଙ୍କ ସାଙ୍ଗରେ ରହିବା ନିମନ୍ତେ ନିବେଦନ କରିବାକୁ ଲାଗିଲା;
39ମାତ୍ର ସେ ତାହାଙ୍କୁ ବିଦାୟ କରି କହିଲେ, “ତୁମ୍ଭ ଘରକୁ ଫେରିଯାଅ, ପୁଣି, ଈଶ୍ବର ତୁମ୍ଭ ନିମନ୍ତେ ଯେଉଁ ଯେଉଁ କର୍ମ କରିଅଛନ୍ତି ସେହିସବୁ ବର୍ଣ୍ଣନା କର।” ସେଥିରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହିସବୁ ନଗରଯାକ ଘୋଷଣା କରିବାକୁ ଲାଗିଲା।