2ପୁଣି, ଯେଉଁ ସ୍ତ୍ରୀମାନେ ଦୁଷ୍ଟ ଆତ୍ମା ଓ ରୋଗରୁ ସୁସ୍ଥ କରାଯାଇଥିଲେ, ଏପରି କେତେକ ସ୍ତ୍ରୀଲୋକ, ଅର୍ଥାତ୍ ମଗ୍ଦଲୀନୀ ନାମକ ମରୀୟମ, ଯାହାଙ୍କଠାରୁ ସାତ ଭୂତ ବାହାରିଯାଇଥିଲେ,
3ହେରୋଦଙ୍କ ପରିଚାଳକ ଖୂଜା ଓ ତାହାଙ୍କ ଭାର୍ଯ୍ୟା ଯୋହାନା, ଶୋଶନ୍ନା, ପୁଣି, ଆହୁରି ଅନେକ ସ୍ତ୍ରୀଲୋକ ତାହାଙ୍କ ସାଙ୍ଗରେ ଥାଇ ନିଜ ନିଜ ସମ୍ପତ୍ତି ଦେଇ ସେମାନଙ୍କ ସେବା କରୁଥିଲେ।
4ବହୁସଂଖ୍ୟକ ଲୋକ ଏକତ୍ର ହୁଅନ୍ତେ ଓ ନଗରୁ ନଗରୁ ଲୋକେ ତାହାଙ୍କ ନିକଟକୁ ଆସନ୍ତେ ସେ ଦୃଷ୍ଟାନ୍ତ ଦେଇ କହିଲେ,
5“ଜଣେ ବୁଣାଳୀ ଆପଣା ବିହନ ବୁଣିବାକୁ ବାହାରିଲା। ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ଓ ପାଦ ତଳେ ଦଳି ହୋଇଗଲା, ପୁଣି, ଆକାଶର ଚଢ଼େଇମାନେ ସେଗୁଡ଼ିକ ଖାଇଗଲେ।
6ଆଉ କେତେକ ପଥର ଉପରେ ପଡ଼ିଲା, ପୁଣି, ଗଜା ହୋଇ ରସ ନ ପାଇବାରୁ ଶୁଖିଗଲା।