23ସେତେବେଳେ ସେ ସମସ୍ତଙ୍କୁ କହିଲେ, “କେହି ଯେବେ ମୋହର ପଛରେ ଚାଲିବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ପ୍ରତିଦିନ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ।
24କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ।
25ଆଉ, ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣାକୁ ବିନାଶ କରେ ବା ହରାଏ, ତେବେ ତାହାର କି ଲାଭ?
26ଯେଣୁ ଯେ କେହି ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜିତ ହୁଏ, ମନୁଷ୍ୟପୁତ୍ର ଯେତେବେଳେ ଆପଣାର ଓ ପିତାଙ୍କର, ପୁଣି, ପବିତ୍ର ଦୂତମାନଙ୍କର ମହିମାରେ ଆସିବେ, ସେତେବେଳେ ସେ ତାହା ବିଷୟରେ ଲଜ୍ଜା ବୋଧ କରିବେ।
27କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ବରଙ୍କ ରାଜ୍ୟ ନ ଦେଖିବା ପର୍ଯ୍ୟନ୍ତ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦନ ପାଇବେ ନାହିଁ।”