25ଆଉ, ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣାକୁ ବିନାଶ କରେ ବା ହରାଏ, ତେବେ ତାହାର କି ଲାଭ?
26ଯେଣୁ ଯେ କେହି ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜିତ ହୁଏ, ମନୁଷ୍ୟପୁତ୍ର ଯେତେବେଳେ ଆପଣାର ଓ ପିତାଙ୍କର, ପୁଣି, ପବିତ୍ର ଦୂତମାନଙ୍କର ମହିମାରେ ଆସିବେ, ସେତେବେଳେ ସେ ତାହା ବିଷୟରେ ଲଜ୍ଜା ବୋଧ କରିବେ।
27କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ବରଙ୍କ ରାଜ୍ୟ ନ ଦେଖିବା ପର୍ଯ୍ୟନ୍ତ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦନ ପାଇବେ ନାହିଁ।”
28ଏହି ସମସ୍ତ ଘଟଣାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗରେ ନେଇ ପ୍ରାର୍ଥନା କରିବା ନିମନ୍ତେ ପର୍ବତ ଉପରକୁ ଗଲେ।
29ପୁଣି, ସେ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଏବଂ ତାହାଙ୍କ ବସ୍ତ୍ର ଧଳା ଓ ଅତ୍ୟନ୍ତ ଆଲୋକମୟ ହେଲା।