44“ଏହି ସମସ୍ତ କଥା ତୁମ୍ଭମାନଙ୍କ କାନରେ ପ୍ରବେଶ କରାଅ; କାରଣ ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି।”
45କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ, ଆଉ ତାହା ସେମାନଙ୍କଠାରୁ ଗୁପ୍ତ ଥିଲା, ଯେପରି ତାହା ସେମାନେ ବୁଝିପାରିବେ ନାହିଁ, ପୁଣି, ସେମାନେ ସେହି କଥା ବିଷୟରେ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ।
46ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ସେ ବିଷୟରେ ସେମାନଙ୍କ ମଧ୍ୟରେ ତର୍କବିତର୍କ ହେଲା।
47କିନ୍ତୁ ଯୀଶୁ ସେମାନଙ୍କ ମନର ତର୍କବିତର୍କ ଜାଣି ଗୋଟିଏ ସାନ ପିଲାକୁ ନେଇ ଆପଣା ପାଖରେ ଠିଆ କରାଇ ସେମାନଙ୍କୁ କହିଲେ,
48“ଯେ କେହି ମୋ ନାମରେ ଏହି ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ କେହି ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ; କାରଣ ତୁମ୍ଭ ସମସ୍ତଙ୍କ ମଧ୍ୟରେ ଯେ କ୍ଷୁଦ୍ର, ସେ ଶ୍ରେଷ୍ଠ।”