49ସେଥିରେ ଯୋହନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ସାଙ୍ଗରେ ଆପଣଙ୍କ ଅନୁଗାମୀ ନ ହେବାରୁ ତାହାକୁ ମନା କଲୁ।
50କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ମନା କର ନାହିଁ, କାରଣ ଯେ ତୁମ୍ଭମାନଙ୍କର ବିପକ୍ଷ ନୁହେଁ, ସେ ତୁମ୍ଭମାନଙ୍କର ସପକ୍ଷ।”
51ପରେ ଯେତେବେଳେ ଯୀଶୁଙ୍କର ସ୍ୱର୍ଗକୁ ଯିବାର ସମୟ ସମ୍ପୂର୍ଣ୍ଣ ହୋଇଆସୁଥିଲା, ସେତେବେଳେ ସେ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନକୁ ଦୃଢ଼ କରି,
52ନିଜ ଆଗେ ଦୂତମାନଙ୍କୁ ପଠାଇଲେ, ସେମାନେ ଯାଇ ତାହାଙ୍କ ନିମନ୍ତେ ଆୟୋଜନ କରିବାକୁ ଶମିରୋଣୀୟମାନଙ୍କର ଗୋଟିଏ ଗ୍ରାମରେ ପ୍ରବେଶ କଲେ;
53କିନ୍ତୁ ସେ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନସ୍ଥ କରିଅଛନ୍ତି ବୋଲି ଦେଖି ସେମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ।