ଲୂକ 9

ନିଜ ଆଗେ ଦୂତମାନଙ୍କୁ ପଠାଇଲେ, ସେମାନେ ଯାଇ ତାହାଙ୍କ ନିମନ୍ତେ ଆୟୋଜନ କରିବାକୁ ଶମିରୋଣୀୟମାନଙ୍କର ଗୋଟିଏ ଗ୍ରାମରେ ପ୍ରବେଶ କଲେ;

Luke 9:52 (UKJV) And sent messengers before his face: and they went, and entered into a village of the Samaritans, to make ready for him.

50କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ମନା କର ନାହିଁ, କାରଣ ଯେ ତୁମ୍ଭମାନଙ୍କର ବିପକ୍ଷ ନୁହେଁ, ସେ ତୁମ୍ଭମାନଙ୍କର ସପକ୍ଷ।”

51ପରେ ଯେତେବେଳେ ଯୀଶୁଙ୍କର ସ୍ୱର୍ଗକୁ ଯିବାର ସମୟ ସମ୍ପୂର୍ଣ୍ଣ ହୋଇଆସୁଥିଲା, ସେତେବେଳେ ସେ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନକୁ ଦୃଢ଼ କରି,

52ନିଜ ଆଗେ ଦୂତମାନଙ୍କୁ ପଠାଇଲେ, ସେମାନେ ଯାଇ ତାହାଙ୍କ ନିମନ୍ତେ ଆୟୋଜନ କରିବାକୁ ଶମିରୋଣୀୟମାନଙ୍କର ଗୋଟିଏ ଗ୍ରାମରେ ପ୍ରବେଶ କଲେ;

53କିନ୍ତୁ ସେ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନସ୍ଥ କରିଅଛନ୍ତି ବୋଲି ଦେଖି ସେମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ।

54ଏହା ଦେଖି ଯାକୁବ ଓ ଯୋହନ, ଏହି ଦୁଇ ଶିଷ୍ୟ କହିଲେ, ପ୍ରଭୁ, [ଏଲୀୟ ମଧ୍ୟ ଯେପରି କରିଥିଲେ, ସେହିପରି] ଆକାଶରୁ ଅଗ୍ନି ପଡ଼ି ସେମାନଙ୍କୁ ବିନାଶ କରୁ, ଏହା ଆମ୍ଭେମାନେ କହିବୁ ବୋଲି କଅଣ ଆପଣଙ୍କର ଇଚ୍ଛା?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.