ଲୂକ 9

କିନ୍ତୁ ସେ ବୁଲିପଡ଼ି ସେମାନଙ୍କୁ ଅନୁଯୋଗ କଲେ ଏବଂ କହିଲେ, ତୁମ୍ଭେମାନେ କେଉଁ ପ୍ରକାର ଆତ୍ମାର ଲୋକ, ଏହା ଜାଣୁ ନାହଁ। ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କର ପ୍ରାଣ ବିନାଶ କରିବାକୁ ନ ଆସି ବରଂ ରକ୍ଷା କରିବାକୁ ଆସିଅଛନ୍ତି।

Luke 9:55 (UKJV) But he turned, and rebuked them, and said, All of you know not what manner of spirit all of you are of.

53କିନ୍ତୁ ସେ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନସ୍ଥ କରିଅଛନ୍ତି ବୋଲି ଦେଖି ସେମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ।

54ଏହା ଦେଖି ଯାକୁବ ଓ ଯୋହନ, ଏହି ଦୁଇ ଶିଷ୍ୟ କହିଲେ, ପ୍ରଭୁ, [ଏଲୀୟ ମଧ୍ୟ ଯେପରି କରିଥିଲେ, ସେହିପରି] ଆକାଶରୁ ଅଗ୍ନି ପଡ଼ି ସେମାନଙ୍କୁ ବିନାଶ କରୁ, ଏହା ଆମ୍ଭେମାନେ କହିବୁ ବୋଲି କଅଣ ଆପଣଙ୍କର ଇଚ୍ଛା?

55କିନ୍ତୁ ସେ ବୁଲିପଡ଼ି ସେମାନଙ୍କୁ ଅନୁଯୋଗ କଲେ ଏବଂ କହିଲେ, ତୁମ୍ଭେମାନେ କେଉଁ ପ୍ରକାର ଆତ୍ମାର ଲୋକ, ଏହା ଜାଣୁ ନାହଁ। ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କର ପ୍ରାଣ ବିନାଶ କରିବାକୁ ନ ଆସି ବରଂ ରକ୍ଷା କରିବାକୁ ଆସିଅଛନ୍ତି।

56ତାହା ପରେ ସେମାନେ ଆଉ ଗୋଟିଏ ଗ୍ରାମକୁ ଗଲେ।

57ସେମାନେ ବାଟରେ ଯାଉଥିବା ସମୟରେ ଜଣେ ଲୋକ ତାହାଙ୍କୁ କହିଲେ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.