ମଲାଖି 1

ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।

Malachi 1:10 (UKJV) Who is there even among you that would shut the doors for nothing? neither do all of you kindle fire on mine altar for nothing. I have no pleasure in you, says the LORD of hosts, neither will I accept an offering at your hand.

8ପୁଣି, ତୁମ୍ଭେମାନେ ଯଜ୍ଞ ନିମନ୍ତେ ଯେତେବେଳେ ଅନ୍ଧ ପଶୁ ଉତ୍ସର୍ଗ କର, ତାହା କʼଣ ମନ୍ଦ ନୁହେଁ? ଓ ଯେତେବେଳେ ଲେଙ୍ଗଡ଼ା ଓ ରୋଗୀ ପଶୁ ଉତ୍ସର୍ଗ କର, ସେ କʼଣ ମନ୍ଦ ନୁହେଁ? ଏବେ ତୁମ୍ଭର ଦେଶାଧ୍ୟକ୍ଷକୁ ତାହା ଭେଟି ଦିଅ; ସେ କି ତୁମ୍ଭ ପ୍ରତି ପ୍ରସନ୍ନ ହେବେ? ଅବା ସେ କି ତୁମ୍ଭଙ୍କୁ ଗ୍ରହଣ କରିବେ? ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

9ଆଉ, ପରମେଶ୍ୱର ଯେପରି ଆମ୍ଭମାନଙ୍କ ପ୍ରତି ଦୟାଳୁ ହେବେ, ଏଥିପାଇଁ ତାହାଙ୍କର ଅନୁଗ୍ରହ ପ୍ରାର୍ଥନା କରୁଅଛ; ମାତ୍ର ତୁମ୍ଭମାନଙ୍କ ଏପରି ଆଚରଣ ଦେଖି ସେ କʼଣ ତୁମ୍ଭମାନଙ୍କ ମଧ୍ୟରୁ କାହାକୁ ଗ୍ରହଣ କରିବେ? ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

10ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।

11କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।

12ମାତ୍ର ସଦାପ୍ରଭୁଙ୍କର ମେଜ ଅଶୁଚି ହୋଇଅଛି ଓ ତହିଁର ଫଳ, ଅର୍ଥାତ୍‍, ତାହାଙ୍କର ଖାଦ୍ୟ ତୁଚ୍ଛ, ଏହା କହି ତୁମ୍ଭେମାନେ ସେହି ନାମକୁ ଅଶୁଚି କରୁଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.