ମଲାଖି 1

ମାତ୍ର ସଦାପ୍ରଭୁଙ୍କର ମେଜ ଅଶୁଚି ହୋଇଅଛି ଓ ତହିଁର ଫଳ, ଅର୍ଥାତ୍‍, ତାହାଙ୍କର ଖାଦ୍ୟ ତୁଚ୍ଛ, ଏହା କହି ତୁମ୍ଭେମାନେ ସେହି ନାମକୁ ଅଶୁଚି କରୁଅଛ।

Malachi 1:12 (UKJV) But all of you have profaned it, in that all of you say, The table of the LORD is polluted; and the fruit thereof, even his food, is contemptible.

10ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।

11କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।

12ମାତ୍ର ସଦାପ୍ରଭୁଙ୍କର ମେଜ ଅଶୁଚି ହୋଇଅଛି ଓ ତହିଁର ଫଳ, ଅର୍ଥାତ୍‍, ତାହାଙ୍କର ଖାଦ୍ୟ ତୁଚ୍ଛ, ଏହା କହି ତୁମ୍ଭେମାନେ ସେହି ନାମକୁ ଅଶୁଚି କରୁଅଛ।

13ଆହୁରି, ତୁମ୍ଭେମାନେ କହୁଅଛ, ‘ଦେଖ, ଏହା କିପରି କ୍ଳାନ୍ତିଜନକ’ ଓ ତୁମ୍ଭେମାନେ ତାହା ତୁଚ୍ଛଜ୍ଞାନ କରିଅଛ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଆଉ, ତୁମ୍ଭେମାନେ ବଳାତ୍କାରରେ ଧୃତ ଓ ଲେଙ୍ଗଡ଼ା ଓ ରୋଗୀ ପଶୁ ଆଣିଅଛ; ଏହିରୂପେ ତୁମ୍ଭେମାନେ ନୈବେଦ୍ୟ ଆଣୁଅଛ; ଏହା କି ଆମ୍ଭେ ତୁମ୍ଭମାନଙ୍କ ହସ୍ତରୁ ଗ୍ରହଣ କରିବା? ଏହା ସଦାପ୍ରଭୁ କହନ୍ତି।

14ମାତ୍ର ଆପଣା ପଲର ପୁଂପଶୁ ଥିଲେ ହେଁ ଯେଉଁ ପ୍ରତାରକ ମାନତ କରି ପ୍ରଭୁଙ୍କ ଉଦ୍ଦେଶ୍ୟରେ ଖୁନ୍ତବିଶିଷ୍ଟ ପଶୁ ଉତ୍ସର୍ଗ କରେ, ସେ ଅଭିଶପ୍ତ ହେଉ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ମହାନ ରାଜା ଅଟୁ ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ଭୟଙ୍କର ଅଟେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.