11କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।
12ମାତ୍ର ସଦାପ୍ରଭୁଙ୍କର ମେଜ ଅଶୁଚି ହୋଇଅଛି ଓ ତହିଁର ଫଳ, ଅର୍ଥାତ୍, ତାହାଙ୍କର ଖାଦ୍ୟ ତୁଚ୍ଛ, ଏହା କହି ତୁମ୍ଭେମାନେ ସେହି ନାମକୁ ଅଶୁଚି କରୁଅଛ।
13ଆହୁରି, ତୁମ୍ଭେମାନେ କହୁଅଛ, ‘ଦେଖ, ଏହା କିପରି କ୍ଳାନ୍ତିଜନକ’ ଓ ତୁମ୍ଭେମାନେ ତାହା ତୁଚ୍ଛଜ୍ଞାନ କରିଅଛ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଆଉ, ତୁମ୍ଭେମାନେ ବଳାତ୍କାରରେ ଧୃତ ଓ ଲେଙ୍ଗଡ଼ା ଓ ରୋଗୀ ପଶୁ ଆଣିଅଛ; ଏହିରୂପେ ତୁମ୍ଭେମାନେ ନୈବେଦ୍ୟ ଆଣୁଅଛ; ଏହା କି ଆମ୍ଭେ ତୁମ୍ଭମାନଙ୍କ ହସ୍ତରୁ ଗ୍ରହଣ କରିବା? ଏହା ସଦାପ୍ରଭୁ କହନ୍ତି।
14ମାତ୍ର ଆପଣା ପଲର ପୁଂପଶୁ ଥିଲେ ହେଁ ଯେଉଁ ପ୍ରତାରକ ମାନତ କରି ପ୍ରଭୁଙ୍କ ଉଦ୍ଦେଶ୍ୟରେ ଖୁନ୍ତବିଶିଷ୍ଟ ପଶୁ ଉତ୍ସର୍ଗ କରେ, ସେ ଅଭିଶପ୍ତ ହେଉ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ମହାନ ରାଜା ଅଟୁ ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ଭୟଙ୍କର ଅଟେ।”