ମଲାଖି 1

ଇଦୋମ କହୁଅଛି, “ଆମ୍ଭେମାନେ ନିପାତିତ ହୋଇଅଛୁ ନିଶ୍ଚୟ, ମାତ୍ର ଆମ୍ଭେମାନେ ଫେରି ଉଜାଡ଼ ସ୍ଥାନସବୁ ନିର୍ମାଣ କରିବା।” ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେମାନେ ନିର୍ମାଣ କରିବେ, ମାତ୍ର ଆମ୍ଭେ ଭାଙ୍ଗି ପକାଇବା ଆଉ, ଲୋକମାନେ ସେମାନଙ୍କୁ ଦୁଷ୍ଟତାର ଦେଶ ଓ ପରମେଶ୍ୱରଙ୍କର ନିତ୍ୟ କ୍ରୋଧର ପାତ୍ର ସ୍ୱରୂପ ଗୋଷ୍ଠୀ ବୋଲି ନାମ ଦେବେ।”

Malachi 1:4 (UKJV) Whereas Edom says, We are impoverished, but we will return and build the desolate places; thus says the LORD of hosts, They shall build, but I will throw down; and they shall call them, The border of wickedness, and, The people against whom the LORD has indignation for ever.

2ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରିଅଛୁ। ତଥାପି ତୁମ୍ଭେମାନେ କହୁଅଛ, ‘ତୁମ୍ଭେ କାହିଁରେ ଆମ୍ଭମାନଙ୍କୁ ପ୍ରେମ କରିଅଛ?’” ସଦାପ୍ରଭୁ କହନ୍ତି, “ଏଷୌ କି ଯାକୁବର ଭାଇ ନ ଥିଲା? ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ।

3ମାତ୍ର ଏଷୌକୁ ଆମ୍ଭେ ଅପ୍ରେମ କଲୁ ଓ ତାହାର ପର୍ବତଗଣକୁ ଧ୍ୱଂସର ସ୍ଥାନ କଲୁ, ଆଉ ତାହାର ଅଧିକାର ପ୍ରାନ୍ତରସ୍ଥ ଶୃଗାଳମାନଙ୍କର ସ୍ଥାନ କଲୁ।”

4ଇଦୋମ କହୁଅଛି, “ଆମ୍ଭେମାନେ ନିପାତିତ ହୋଇଅଛୁ ନିଶ୍ଚୟ, ମାତ୍ର ଆମ୍ଭେମାନେ ଫେରି ଉଜାଡ଼ ସ୍ଥାନସବୁ ନିର୍ମାଣ କରିବା।” ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେମାନେ ନିର୍ମାଣ କରିବେ, ମାତ୍ର ଆମ୍ଭେ ଭାଙ୍ଗି ପକାଇବା ଆଉ, ଲୋକମାନେ ସେମାନଙ୍କୁ ଦୁଷ୍ଟତାର ଦେଶ ଓ ପରମେଶ୍ୱରଙ୍କର ନିତ୍ୟ କ୍ରୋଧର ପାତ୍ର ସ୍ୱରୂପ ଗୋଷ୍ଠୀ ବୋଲି ନାମ ଦେବେ।”

5ପୁଣି, ତୁମ୍ଭମାନଙ୍କର ସ୍ଵଚକ୍ଷୁ ତାହା ଦେଖିବ ଓ ତୁମ୍ଭେମାନେ କହିବ, “ସଦାପ୍ରଭୁ ଇସ୍ରାଏଲର ସୀମାର ବାହାରେ ମଧ୍ୟ ମହାନ ଅଟନ୍ତି।”

6“ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.