ମଲାଖି 1

ପୁଣି, ତୁମ୍ଭମାନଙ୍କର ସ୍ଵଚକ୍ଷୁ ତାହା ଦେଖିବ ଓ ତୁମ୍ଭେମାନେ କହିବ, “ସଦାପ୍ରଭୁ ଇସ୍ରାଏଲର ସୀମାର ବାହାରେ ମଧ୍ୟ ମହାନ ଅଟନ୍ତି।”

Malachi 1:5 (UKJV) And your eyes shall see, and all of you shall say, The LORD will be magnified from the border of Israel.

3ମାତ୍ର ଏଷୌକୁ ଆମ୍ଭେ ଅପ୍ରେମ କଲୁ ଓ ତାହାର ପର୍ବତଗଣକୁ ଧ୍ୱଂସର ସ୍ଥାନ କଲୁ, ଆଉ ତାହାର ଅଧିକାର ପ୍ରାନ୍ତରସ୍ଥ ଶୃଗାଳମାନଙ୍କର ସ୍ଥାନ କଲୁ।”

4ଇଦୋମ କହୁଅଛି, “ଆମ୍ଭେମାନେ ନିପାତିତ ହୋଇଅଛୁ ନିଶ୍ଚୟ, ମାତ୍ର ଆମ୍ଭେମାନେ ଫେରି ଉଜାଡ଼ ସ୍ଥାନସବୁ ନିର୍ମାଣ କରିବା।” ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେମାନେ ନିର୍ମାଣ କରିବେ, ମାତ୍ର ଆମ୍ଭେ ଭାଙ୍ଗି ପକାଇବା ଆଉ, ଲୋକମାନେ ସେମାନଙ୍କୁ ଦୁଷ୍ଟତାର ଦେଶ ଓ ପରମେଶ୍ୱରଙ୍କର ନିତ୍ୟ କ୍ରୋଧର ପାତ୍ର ସ୍ୱରୂପ ଗୋଷ୍ଠୀ ବୋଲି ନାମ ଦେବେ।”

5ପୁଣି, ତୁମ୍ଭମାନଙ୍କର ସ୍ଵଚକ୍ଷୁ ତାହା ଦେଖିବ ଓ ତୁମ୍ଭେମାନେ କହିବ, “ସଦାପ୍ରଭୁ ଇସ୍ରାଏଲର ସୀମାର ବାହାରେ ମଧ୍ୟ ମହାନ ଅଟନ୍ତି।”

6“ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।’

7ଆମ୍ଭ ଯଜ୍ଞବେଦିର ଉପରେ ଅଶୁଚି ରୁଟି ଉତ୍ସର୍ଗ କରି, ତଥାପି ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭକୁ ଅଶୁଚି କରିଅଛୁ? ସଦାପ୍ରଭୁଙ୍କ ମେଜ ଯେ ତୁଚ୍ଛ,’ ଏହା କହି, ତାହା କରୁଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.