9ତୁମ୍ଭେମାନେ ଆମ୍ଭର ପଥ ରକ୍ଷା କରି ନାହଁ, ମାତ୍ର ବ୍ୟବସ୍ଥା ଶିକ୍ଷାରେ ମୁଖାପେକ୍ଷା କରିଅଛ, ଏଥିପାଇଁ ଆମ୍ଭେ ମଧ୍ୟ ସମୁଦାୟ ଲୋକଙ୍କ ସାକ୍ଷାତରେ ତୁମ୍ଭମାନଙ୍କୁ ତୁଚ୍ଛ ଓ ଅଧମ କରିଅଛୁ।”
10ଆମ୍ଭ ସମସ୍ତଙ୍କର କି ଏକ ପିତା ନାହାନ୍ତି? ଏକ ପରମେଶ୍ୱର କି ଆମ୍ଭମାନଙ୍କୁ ସୃଷ୍ଟି କରି ନାହାନ୍ତି? ଆମ୍ଭେମାନେ ଆପଣାମାନଙ୍କ ପିତାଙ୍କର ନିୟମ ଅପବିତ୍ର କରି ପ୍ରତ୍ୟେକ ଲୋକ କାହିଁକି ଆପଣା ଆପଣା ଭ୍ରାତା ପ୍ରତି ବିଶ୍ୱାସଘାତକତା କରୁଅଛୁ?
11ଯିହୁଦା ବିଶ୍ୱାସଘାତକତା କରିଅଛି, ଆଉ ଇସ୍ରାଏଲର ମଧ୍ୟରେ ଓ ଯିରୂଶାଲମ ମଧ୍ୟରେ ଘୃଣାଯୋଗ୍ୟ କ୍ରିୟା କରାଯାଇଅଛି; କାରଣ ସଦାପ୍ରଭୁଙ୍କର ପ୍ରିୟ ବା ପବିତ୍ର ମନ୍ଦିର, ଯିହୁଦା ତାହା ଅପବିତ୍ର କରିଅଛି ଓ ବିଦେଶୀୟ ଦେବତାର କନ୍ୟାକୁ ବିବାହ କରିଅଛି।
12ଯେଉଁ ଜନ ଏହି କର୍ମ କରେ, ସଦାପ୍ରଭୁ ଯାକୁବର ତମ୍ବୁସକଳରୁ ତାହାର ସମ୍ପର୍କୀୟ, ଯେକେହି ହୁଅନ୍ତୁ ଓ ଏପରିକି ଯେକେହି ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କୌଣସି ନୈବେଦ୍ୟ ଉତ୍ସର୍ଗ କରୁ, ତାହାକୁ ମଧ୍ୟ ଉଚ୍ଛିନ୍ନ କରିବେ।
13ତୁମ୍ଭେମାନେ ମଧ୍ୟ ଏହି କର୍ମ କରୁଅଛ; ତୁମ୍ଭେମାନେ ଲୋତକରେ, ରୋଦନରେ ଓ ଆର୍ତ୍ତସ୍ୱରରେ ସଦାପ୍ରଭୁଙ୍କ ଯଜ୍ଞବେଦିକୁ ଏପରି ଆଚ୍ଛନ୍ନ କରୁଅଛ, କାରଣ ସେ ଆଉ ତୁମ୍ଭର ନୈବେଦ୍ୟ ପ୍ରତି ଦୃଷ୍ଟିପାତ କରନ୍ତି ନାହିଁ, କିଅବା ତୁଷ୍ଟ ହୋଇ ତୁମ୍ଭମାନଙ୍କ ହସ୍ତରୁ ତାହା ଗ୍ରହଣ କରନ୍ତି ନାହିଁ।