ମଲାଖି 2

ତହିଁରେ ଲେବୀ ସହିତ ଆମ୍ଭର ନିୟମ ଯେପରି ହେବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଯେ ଏହି ଆଜ୍ଞା ପ୍ରେରଣ କରିଅଛୁ, ଏହା ତୁମ୍ଭେମାନେ ଜାଣିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Malachi 2:4 (UKJV) And all of you shall know that I have sent this commandment unto you, that my covenant might be with Levi, says the LORD of hosts.

2ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯଦି ତୁମ୍ଭେମାନେ ନ ଶୁଣିବ ଓ ଆମ୍ଭ ନାମକୁ ଗୌରବ ଦେବା ନିମନ୍ତେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ଉପରେ ଅଭିଶାପ ପ୍ରେରଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ଆଶୀର୍ବାଦସକଳକୁ ଅଭିଶାପ ଦେବା; ହଁ, ସେହି ସବୁକୁ ଅଭିଶାପ ଦେଇ ସାରିଅଛୁ, କାରଣ ତୁମ୍ଭେମାନେ ତହିଁରେ ମନୋଯୋଗ କରୁ ନାହଁ।

3ଦେଖ, ଆମ୍ଭେ ତୁମ୍ଭମାନଙ୍କ ସନ୍ତାନଗଣଙ୍କୁ ଧମକାଇବା ଓ ତୁମ୍ଭମାନଙ୍କ ମୁଖରେ ମଳ, ଅର୍ଥାତ୍‍, ତୁମ୍ଭମାନଙ୍କ ବଳିସକଳର ମଳ ପ୍ରସାରିବା; ଆଉ, ତୁମ୍ଭେମାନେ ତହିଁ ସଙ୍ଗେ ନୀତ ହେବ।

4ତହିଁରେ ଲେବୀ ସହିତ ଆମ୍ଭର ନିୟମ ଯେପରି ହେବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଯେ ଏହି ଆଜ୍ଞା ପ୍ରେରଣ କରିଅଛୁ, ଏହା ତୁମ୍ଭେମାନେ ଜାଣିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

5ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଥିଲା, ତାହା ଜୀବନ ଓ ଶାନ୍ତିକର ଥିଲା; ଆଉ, ସେ ଯେପରି ଆମ୍ଭକୁ ଭୟ କରିବ, ଏଥିପାଇଁ ଆମ୍ଭେ ତାହାକୁ ତାହା ଦେଲୁ, ପୁଣି ସେ ଆମ୍ଭକୁ ଭୟ କଲା ଓ ଆମ୍ଭ ନାମର ସମ୍ଭ୍ରମ କଲା।

6ତାହାର ମୁଖରେ ସତ୍ୟର ବ୍ୟବସ୍ଥା ଥିଲା, ତାହାର ଓଷ୍ଠାଧରରେ ଅନ୍ୟାୟ ଦେଖାଗଲା ନାହିଁ; ସେ ଶାନ୍ତିରେ ଓ ସରଳତାରେ ଆମ୍ଭ ସଙ୍ଗେ ଗମନାଗମନ କଲା ଓ ଅନେକଙ୍କୁ ଅଧର୍ମରୁ ଫେରାଇଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.