3ଦେଖ, ଆମ୍ଭେ ତୁମ୍ଭମାନଙ୍କ ସନ୍ତାନଗଣଙ୍କୁ ଧମକାଇବା ଓ ତୁମ୍ଭମାନଙ୍କ ମୁଖରେ ମଳ, ଅର୍ଥାତ୍, ତୁମ୍ଭମାନଙ୍କ ବଳିସକଳର ମଳ ପ୍ରସାରିବା; ଆଉ, ତୁମ୍ଭେମାନେ ତହିଁ ସଙ୍ଗେ ନୀତ ହେବ।
4ତହିଁରେ ଲେବୀ ସହିତ ଆମ୍ଭର ନିୟମ ଯେପରି ହେବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଯେ ଏହି ଆଜ୍ଞା ପ୍ରେରଣ କରିଅଛୁ, ଏହା ତୁମ୍ଭେମାନେ ଜାଣିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
5ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଥିଲା, ତାହା ଜୀବନ ଓ ଶାନ୍ତିକର ଥିଲା; ଆଉ, ସେ ଯେପରି ଆମ୍ଭକୁ ଭୟ କରିବ, ଏଥିପାଇଁ ଆମ୍ଭେ ତାହାକୁ ତାହା ଦେଲୁ, ପୁଣି ସେ ଆମ୍ଭକୁ ଭୟ କଲା ଓ ଆମ୍ଭ ନାମର ସମ୍ଭ୍ରମ କଲା।
6ତାହାର ମୁଖରେ ସତ୍ୟର ବ୍ୟବସ୍ଥା ଥିଲା, ତାହାର ଓଷ୍ଠାଧରରେ ଅନ୍ୟାୟ ଦେଖାଗଲା ନାହିଁ; ସେ ଶାନ୍ତିରେ ଓ ସରଳତାରେ ଆମ୍ଭ ସଙ୍ଗେ ଗମନାଗମନ କଲା ଓ ଅନେକଙ୍କୁ ଅଧର୍ମରୁ ଫେରାଇଲା।
7କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।