ମଲାଖି 2

କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।

Malachi 2:7 (UKJV) For the priest's lips should keep knowledge, and they should seek the law at his mouth: for he is the messenger of the LORD of hosts.

5ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଥିଲା, ତାହା ଜୀବନ ଓ ଶାନ୍ତିକର ଥିଲା; ଆଉ, ସେ ଯେପରି ଆମ୍ଭକୁ ଭୟ କରିବ, ଏଥିପାଇଁ ଆମ୍ଭେ ତାହାକୁ ତାହା ଦେଲୁ, ପୁଣି ସେ ଆମ୍ଭକୁ ଭୟ କଲା ଓ ଆମ୍ଭ ନାମର ସମ୍ଭ୍ରମ କଲା।

6ତାହାର ମୁଖରେ ସତ୍ୟର ବ୍ୟବସ୍ଥା ଥିଲା, ତାହାର ଓଷ୍ଠାଧରରେ ଅନ୍ୟାୟ ଦେଖାଗଲା ନାହିଁ; ସେ ଶାନ୍ତିରେ ଓ ସରଳତାରେ ଆମ୍ଭ ସଙ୍ଗେ ଗମନାଗମନ କଲା ଓ ଅନେକଙ୍କୁ ଅଧର୍ମରୁ ଫେରାଇଲା।

7କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।

8ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ବିପଥଗମନ କରିଅଛ ଓ ଅନେକଙ୍କୁ ବ୍ୟବସ୍ଥା ପଥରେ ଝୁଣ୍ଟାଇ ଅଛ; ତୁମ୍ଭେମାନେ ଲେବୀର ନିୟମ ଭ୍ରଷ୍ଟ କରିଅଛ।

9ତୁମ୍ଭେମାନେ ଆମ୍ଭର ପଥ ରକ୍ଷା କରି ନାହଁ, ମାତ୍ର ବ୍ୟବସ୍ଥା ଶିକ୍ଷାରେ ମୁଖାପେକ୍ଷା କରିଅଛ, ଏଥିପାଇଁ ଆମ୍ଭେ ମଧ୍ୟ ସମୁଦାୟ ଲୋକଙ୍କ ସାକ୍ଷାତରେ ତୁମ୍ଭମାନଙ୍କୁ ତୁଚ୍ଛ ଓ ଅଧମ କରିଅଛୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.