ମଲାଖି 3

ସଦାପ୍ରଭୁ କହନ୍ତି, “ଆମ୍ଭ ବିରୁଦ୍ଧରେ ତୁମ୍ଭମାନଙ୍କର କଥାସବୁ କଠିନ ହୋଇଅଛି ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତଥାପି ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ?’

Malachi 3:13 (UKJV) Your words have been stout against me, says the LORD. Yet all of you say, What have we spoken so much against you?

11ପୁଣି, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଗ୍ରାସକାରୀକୁ ଧମକାଇବା, ତହିଁରେ ସେ ତୁମ୍ଭମାନଙ୍କ ଭୂମିର ଫଳ ନଷ୍ଟ କରିବ ନାହିଁ; କିଅବା କ୍ଷେତ୍ରରେ ତୁମ୍ଭମାନଙ୍କର ଦ୍ରାକ୍ଷାଲତାର ଫଳ ଅକାଳରେ ଝଡ଼ିବ ନାହିଁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

12ସମସ୍ତ ଗୋଷ୍ଠୀ ତୁମ୍ଭମାନଙ୍କୁ ସୁଖୀ କହିବେ କାରଣ ତୁମ୍ଭେମାନେ ଏକ ମନୋହର ଦେଶ ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

13ସଦାପ୍ରଭୁ କହନ୍ତି, “ଆମ୍ଭ ବିରୁଦ୍ଧରେ ତୁମ୍ଭମାନଙ୍କର କଥାସବୁ କଠିନ ହୋଇଅଛି ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତଥାପି ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ?’

14ତୁମ୍ଭେମାନେ କହିଅଛ, ‘ପରମେଶ୍ୱରଙ୍କର ସେବା କରିବାରେ କି ଲାଭ? ଆଉ, ଆମ୍ଭେମାନେ ଯେ ତାହାଙ୍କର ଅାଜ୍ଞା ରକ୍ଷା କରିଅଛୁ, ସୈନ୍ୟାଧିପତି ସଦାପ୍ରଭୁଙ୍କ ଛାମୁରେ ଅନୁତପ୍ତ ହୋଇ ଗମନାଗମନ କରିଅଛୁ, ଏଥିରେ ଆମ୍ଭମାନଙ୍କର କି ଲାଭ?

15ପୁଣି, ଏବେ ଆମ୍ଭେମାନେ ଅହଙ୍କାରୀକୁ ସୁଖୀ କହୁ; ହଁ, ଦୁଷ୍ଟାଚାରୀମାନେ ବର୍ଦ୍ଧିଷ୍ଣୁ ହୁଅନ୍ତି; ହଁ, ଯେଉଁମାନେ ପରମେଶ୍ୱରଙ୍କର ପରୀକ୍ଷା କରନ୍ତି, ସେମାନେ ରକ୍ଷା ପାଆନ୍ତି।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.