ମଲାଖି 3

ପୁଣି, ଏବେ ଆମ୍ଭେମାନେ ଅହଙ୍କାରୀକୁ ସୁଖୀ କହୁ; ହଁ, ଦୁଷ୍ଟାଚାରୀମାନେ ବର୍ଦ୍ଧିଷ୍ଣୁ ହୁଅନ୍ତି; ହଁ, ଯେଉଁମାନେ ପରମେଶ୍ୱରଙ୍କର ପରୀକ୍ଷା କରନ୍ତି, ସେମାନେ ରକ୍ଷା ପାଆନ୍ତି।’”

Malachi 3:15 (UKJV) And now we call the proud happy; yea, they that work wickedness are set up; yea, they that tempt God are even delivered.

13ସଦାପ୍ରଭୁ କହନ୍ତି, “ଆମ୍ଭ ବିରୁଦ୍ଧରେ ତୁମ୍ଭମାନଙ୍କର କଥାସବୁ କଠିନ ହୋଇଅଛି ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତଥାପି ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ?’

14ତୁମ୍ଭେମାନେ କହିଅଛ, ‘ପରମେଶ୍ୱରଙ୍କର ସେବା କରିବାରେ କି ଲାଭ? ଆଉ, ଆମ୍ଭେମାନେ ଯେ ତାହାଙ୍କର ଅାଜ୍ଞା ରକ୍ଷା କରିଅଛୁ, ସୈନ୍ୟାଧିପତି ସଦାପ୍ରଭୁଙ୍କ ଛାମୁରେ ଅନୁତପ୍ତ ହୋଇ ଗମନାଗମନ କରିଅଛୁ, ଏଥିରେ ଆମ୍ଭମାନଙ୍କର କି ଲାଭ?

15ପୁଣି, ଏବେ ଆମ୍ଭେମାନେ ଅହଙ୍କାରୀକୁ ସୁଖୀ କହୁ; ହଁ, ଦୁଷ୍ଟାଚାରୀମାନେ ବର୍ଦ୍ଧିଷ୍ଣୁ ହୁଅନ୍ତି; ହଁ, ଯେଉଁମାନେ ପରମେଶ୍ୱରଙ୍କର ପରୀକ୍ଷା କରନ୍ତି, ସେମାନେ ରକ୍ଷା ପାଆନ୍ତି।’”

16ସେହି ସମୟରେ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ, ସେମାନେ ଏକଆରେକର ସଙ୍ଗେ କଥାବାର୍ତ୍ତା କଲେ; ଆଉ, ସଦାପ୍ରଭୁ ମନୋଯୋଗ କରି ତାହା ଶୁଣିଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ତାହାଙ୍କ ନାମ ଧ୍ୟାନ କଲେ, ସେମାନଙ୍କ ନିମନ୍ତେ ଏକ ସ୍ମରଣାର୍ଥ ନଳାକାର ପୁସ୍ତକ ତାହାଙ୍କ ଛାମୁରେ ଲେଖାଗଲା।

17ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ଆମ୍ଭର ଲୋକ, ଅର୍ଥାତ୍‍, ଆମ୍ଭର ସଞ୍ଚିତ ଧନ ହେବେ; ପୁଣି, କୌଣସି ମନୁଷ୍ୟ ଯେପରି ଆପଣାର ସେବାକାରୀ ନିଜ ପୁତ୍ର ପ୍ରତି ଦୟା କରେ, ସେହିପରି ଆମ୍ଭେ ସେମାନଙ୍କ ପ୍ରତି ଦୟା କରିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.