ମଲାଖି 3

ପୁଣି, ସେ ରୌପ୍ୟ ପରିଷ୍କାରକ ଓ ଶୁଚିକାରକର ତୁଲ୍ୟ ବସିବେ ଓ ସେ ଲେବୀର ସନ୍ତାନଗଣଙ୍କୁ ପରିଷ୍କାର କରିବେ ପୁଣି ସୁନା ଓ ରୂପା ପରି ସେମାନଙ୍କୁ ବିଶୁଦ୍ଧ କରିବେ; ତହିଁରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧାର୍ମିକତାର ନୈବେଦ୍ୟ ଉତ୍ସର୍ଗ କରିବେ।

Malachi 3:3 (UKJV) And he shall sit as a refiner and purifier of silver: and he shall purify the sons of Levi, and purge them as gold and silver, that they may offer unto the LORD an offering in righteousness.

1“ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍‍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

2ମାତ୍ର ତାହାଙ୍କର ଆଗମନ ଦିନ କିଏ ସହିପାରେ? ଆଉ, ସେ ଦର୍ଶନ ଦେବା ବେଳେ କିଏ ଠିଆ ହେବ? କାରଣ ସେ ପରିଷ୍କାରକାରୀର ଅଗ୍ନି ତୁଲ୍ୟ ଓ ଲୁଗା ସଫା କ୍ଷାର ସ୍ୱରୂପ;

3ପୁଣି, ସେ ରୌପ୍ୟ ପରିଷ୍କାରକ ଓ ଶୁଚିକାରକର ତୁଲ୍ୟ ବସିବେ ଓ ସେ ଲେବୀର ସନ୍ତାନଗଣଙ୍କୁ ପରିଷ୍କାର କରିବେ ପୁଣି ସୁନା ଓ ରୂପା ପରି ସେମାନଙ୍କୁ ବିଶୁଦ୍ଧ କରିବେ; ତହିଁରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧାର୍ମିକତାର ନୈବେଦ୍ୟ ଉତ୍ସର୍ଗ କରିବେ।

4ସେତେବେଳେ, ପୁରାତନ କାଳର ଦିନରେ ଓ ପ୍ରାଚୀନ କାଳର ବର୍ଷରେ ଯେପରି ହେଉଥିଲା, ସେପରି ଯିହୁଦାର ଓ ଯିରୂଶାଲମର ନୈବେଦ୍ୟ ସଦାପ୍ରଭୁଙ୍କର ସନ୍ତୋଷଜନକ ହେବ।

5“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.