2ମାତ୍ର ତାହାଙ୍କର ଆଗମନ ଦିନ କିଏ ସହିପାରେ? ଆଉ, ସେ ଦର୍ଶନ ଦେବା ବେଳେ କିଏ ଠିଆ ହେବ? କାରଣ ସେ ପରିଷ୍କାରକାରୀର ଅଗ୍ନି ତୁଲ୍ୟ ଓ ଲୁଗା ସଫା କ୍ଷାର ସ୍ୱରୂପ;
3ପୁଣି, ସେ ରୌପ୍ୟ ପରିଷ୍କାରକ ଓ ଶୁଚିକାରକର ତୁଲ୍ୟ ବସିବେ ଓ ସେ ଲେବୀର ସନ୍ତାନଗଣଙ୍କୁ ପରିଷ୍କାର କରିବେ ପୁଣି ସୁନା ଓ ରୂପା ପରି ସେମାନଙ୍କୁ ବିଶୁଦ୍ଧ କରିବେ; ତହିଁରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧାର୍ମିକତାର ନୈବେଦ୍ୟ ଉତ୍ସର୍ଗ କରିବେ।
4ସେତେବେଳେ, ପୁରାତନ କାଳର ଦିନରେ ଓ ପ୍ରାଚୀନ କାଳର ବର୍ଷରେ ଯେପରି ହେଉଥିଲା, ସେପରି ଯିହୁଦାର ଓ ଯିରୂଶାଲମର ନୈବେଦ୍ୟ ସଦାପ୍ରଭୁଙ୍କର ସନ୍ତୋଷଜନକ ହେବ।
5“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
6“କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭର ପରିବର୍ତ୍ତନ ନାହିଁ; ଏହେତୁ ହେ ଯାକୁବଙ୍କ ସନ୍ତାନଗଣ, ତୁମ୍ଭମାନଙ୍କର ବିନାଶ ହୋଇ ନାହିଁ।