ମଲାଖି 3

“କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭର ପରିବର୍ତ୍ତନ ନାହିଁ; ଏହେତୁ ହେ ଯାକୁବଙ୍କ ସନ୍ତାନଗଣ, ତୁମ୍ଭମାନଙ୍କର ବିନାଶ ହୋଇ ନାହିଁ।

Malachi 3:6 (UKJV) For I am the LORD, I change not; therefore all of you sons of Jacob are not consumed.

4ସେତେବେଳେ, ପୁରାତନ କାଳର ଦିନରେ ଓ ପ୍ରାଚୀନ କାଳର ବର୍ଷରେ ଯେପରି ହେଉଥିଲା, ସେପରି ଯିହୁଦାର ଓ ଯିରୂଶାଲମର ନୈବେଦ୍ୟ ସଦାପ୍ରଭୁଙ୍କର ସନ୍ତୋଷଜନକ ହେବ।

5“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

6“କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭର ପରିବର୍ତ୍ତନ ନାହିଁ; ଏହେତୁ ହେ ଯାକୁବଙ୍କ ସନ୍ତାନଗଣ, ତୁମ୍ଭମାନଙ୍କର ବିନାଶ ହୋଇ ନାହିଁ।

7ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସମୟଠାରୁ ତୁମ୍ଭେମାନେ ଆମ୍ଭର ବିଧିସବୁ ଲଙ୍ଘନ କରିଅଛ ଓ ସେହି ସବୁ ପାଳନ କରି ନାହଁ। ଆମ୍ଭ ନିକଟକୁ ଫେରି ଆସ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ଫେରିବା?”

8ମନୁଷ୍ୟ କି ପରମେଶ୍ୱରଙ୍କ ଦ୍ରବ୍ୟ ଚୋରି କରିବ? ତଥାପି ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ତୁମ୍ଭର ଦ୍ରବ୍ୟ ଦଶମାଂଶରେ ଓ ନୈବେଦ୍ୟରେ ଚୋରି କରିଅଛୁ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.