ମଲାଖି 3

ମନୁଷ୍ୟ କି ପରମେଶ୍ୱରଙ୍କ ଦ୍ରବ୍ୟ ଚୋରି କରିବ? ତଥାପି ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ତୁମ୍ଭର ଦ୍ରବ୍ୟ ଦଶମାଂଶରେ ଓ ନୈବେଦ୍ୟରେ ଚୋରି କରିଅଛୁ?”

Malachi 3:8 (UKJV) Will a man rob God? Yet all of you have robbed me. But all of you say, Wherein have we robbed you? In tithes and offerings.

6“କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭର ପରିବର୍ତ୍ତନ ନାହିଁ; ଏହେତୁ ହେ ଯାକୁବଙ୍କ ସନ୍ତାନଗଣ, ତୁମ୍ଭମାନଙ୍କର ବିନାଶ ହୋଇ ନାହିଁ।

7ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସମୟଠାରୁ ତୁମ୍ଭେମାନେ ଆମ୍ଭର ବିଧିସବୁ ଲଙ୍ଘନ କରିଅଛ ଓ ସେହି ସବୁ ପାଳନ କରି ନାହଁ। ଆମ୍ଭ ନିକଟକୁ ଫେରି ଆସ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ଫେରିବା?”

8ମନୁଷ୍ୟ କି ପରମେଶ୍ୱରଙ୍କ ଦ୍ରବ୍ୟ ଚୋରି କରିବ? ତଥାପି ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ତୁମ୍ଭର ଦ୍ରବ୍ୟ ଦଶମାଂଶରେ ଓ ନୈବେଦ୍ୟରେ ଚୋରି କରିଅଛୁ?”

9ତୁମ୍ଭେମାନେ ଅଭିଶାପରେ ଅଭିଶପ୍ତ ହୋଇଅଛ; କାରଣ ତୁମ୍ଭେମାନେ, ହଁ, ଏହିସବୁ ଗୋଷ୍ଠୀ ଆମ୍ଭର ଦ୍ରବ୍ୟ ଚୋରି କରିଅଛି।

10ଆମ୍ଭର ଗୃହରେ ଯେପରି ଖାଦ୍ୟ ରହିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ଭଣ୍ଡାରକୁ ସମ୍ପୂର୍ଣ୍ଣ ଦଶମାଂଶ ଆଣ, ଆଉ ଆମ୍ଭେ ଆକାଶସ୍ଥ ଦ୍ୱାରସବୁ ମୁକ୍ତ କରି, ରଖିବା ପାଇଁ ସ୍ଥାନ ନିଅଣ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦରୂପ ବୃଷ୍ଟି ବର୍ଷାଇବା କି ନାହିଁ, ଏହି ବିଷୟରେ ଏବେ ଆମ୍ଭର ପରୀକ୍ଷା ନିଅ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.