ମଲାଖି 4

କାରଣ ଦେଖ, ସେହି ଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Malachi 4:1 (UKJV) For, behold, the day comes, that shall burn as an oven; and all the proud, yea, and all that do wickedly, shall be stubble: and the day that comes shall burn them up, says the LORD of hosts, that it shall leave them neither root nor branch.

1କାରଣ ଦେଖ, ସେହି ଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

2ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।

3ପୁଣି, ତୁମ୍ଭେମାନେ ଦୁଷ୍ଟମାନଙ୍କୁ ପଦ ତଳେ ଦଳି ପକାଇବ; କାରଣ ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ତୁମ୍ଭମାନଙ୍କର ତଳିପାର ଅଧଃସ୍ଥିତ ଭସ୍ମ ହେବେ, ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.