12ସେହିକ୍ଷଣି ପବିତ୍ର ଆତ୍ମା ତାହାଙ୍କୁ ପ୍ରାନ୍ତରକୁ ଘେନିଗଲେ।
13ଯୀଶୁ ପ୍ରାନ୍ତରରେ ଚାଳିଶ ଦିନ ରହି ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିବା ସମୟରେ, ସେ ବନ୍ୟ-ପଶୁମାନଙ୍କ ସହିତ ରହିଲେ, ପୁଣି, ଦୂତମାନେ ତାହାଙ୍କ ସେବା କରୁଥିଲେ।
14ଯୋହନ କାରାରୁଦ୍ଧ ହେଲା ପରେ ଯୀଶୁ ଗାଲିଲୀକୁ ଆସି ଈଶ୍ବରଙ୍କ ସୁସମାଚାର ଘୋଷଣା କରି କହିବାକୁ ଲାଗିଲେ,
15“କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ବରଙ୍କ ରାଜ୍ୟ ସନ୍ନିକଟ; ମନ-ପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ୱାସ କର।”
16ସେ ଗାଲିଲୀ ସମୁଦ୍ରକୂଳ ଦେଇ ଯାଉଥିବା ସମୟରେ ଶିମୋନ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ।