39ପୁଣି, ସେ ସମୁଦାୟ ଗାଲିଲୀରେ ଭ୍ରମଣ କରୁ କରୁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ବାହାର କଲେ।
40ଏଥିମଧ୍ୟରେ ଜଣେ କୁଷ୍ଠରୋଗୀ ତାହାଙ୍କ ନିକଟକୁ ଆସି ଆଣ୍ଠୁପାତି ତାହାଙ୍କୁ ବିନତି କରି କହିଲା, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି।
41ସେଥିରେ ସେ ଦୟାରେ ବିଗଳିତ ହୋଇ ହସ୍ତ ବିସ୍ତାର କରି ତାହାକୁ ସ୍ପର୍ଶ କଲେ ଓ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।”
42ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା ଓ ସେ ଶୁଚି ହେଲା।
43ପୁଣି, ସେ ତାହାକୁ ଦୃଢ଼ରୂପେ ଆଜ୍ଞା ଦେଇ ସେହିକ୍ଷଣି ବିଦାୟ କରି କହିଲେ,