43ପୁଣି, ସେ ତାହାକୁ ଦୃଢ଼ରୂପେ ଆଜ୍ଞା ଦେଇ ସେହିକ୍ଷଣି ବିଦାୟ କରି କହିଲେ,
44“ସାବଧାନ, କାହାକୁ କିଛି କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କ ନିକଟରେ ନିଜକୁ ଦେଖାଅ, ପୁଣି, ମୋଶା ଯାହା ଯାହା ଆଦେଶ ଦେଇଅଛନ୍ତି, ସେହିସବୁ ଆପଣାର ଶୁଚିକ୍ରିୟା ସ୍ୱରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ଉତ୍ସର୍ଗ କର।”
45କିନ୍ତୁ ସେ ବାହାରିଯାଇ ସେହି ବିଷୟ ଅଧିକ ଘୋଷଣା କରି ଚାରିଅାଡ଼େ ଏତେ କହିବାକୁ ଲାଗିଲା ଯେ, ଯୀଶୁ ଆଉ ପ୍ରକାଶରେ କୌଣସି ନଗରରେ ପ୍ରବେଶ କରିପାରିଲେ ନାହିଁ, ମାତ୍ର ବାହାରେ ନିର୍ଜନ ସ୍ଥାନମାନଙ୍କରେ ରହିଲେ; ଆଉ, ଲୋକମାନେ ଚତୁର୍ଦ୍ଦିଗରୁ ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ।