11ସେଥିରେ ସେ ସେମାନଙ୍କୁ କହିଲେ, “ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ତାହା ବିରୁଦ୍ଧରେ ବ୍ୟଭିଚାର କରେ;
12ଆଉ, ଯଦି ସ୍ତ୍ରୀ ଆପଣା ସ୍ୱାମୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ତେବେ ସେ ବ୍ୟଭିଚାର କରେ।”
13ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ଶିଶୁମାନଙ୍କୁ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ସେମାନଙ୍କୁ ଧମକ ଦେଲେ।
14ଯୀଶୁ ତାହା ଦେଖି ବିରକ୍ତ ହୋଇ ସେମାନଙ୍କୁ କହିଲେ, “ଶିଶୁମାନଙ୍କୁ ମୋʼ ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର।
15ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।”