ମାର୍କ 10

ପୁଣି, ଯୀଶୁ ଶିଶୁମାନଙ୍କୁ କୋଳରେ ଘେନି ଓ ସେମାନଙ୍କ ଉପରେ ହାତ ଥୋଇ ସେମାନଙ୍କୁ ଆଶୀର୍ବାଦ କଲେ।

Mark 10:16 (UKJV) And he took them up in his arms, put his hands upon them, and blessed them.

14ଯୀଶୁ ତାହା ଦେଖି ବିରକ୍ତ ହୋଇ ସେମାନଙ୍କୁ କହିଲେ, “ଶିଶୁମାନଙ୍କୁ ମୋʼ ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର।

15ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।”

16ପୁଣି, ଯୀଶୁ ଶିଶୁମାନଙ୍କୁ କୋଳରେ ଘେନି ଓ ସେମାନଙ୍କ ଉପରେ ହାତ ଥୋଇ ସେମାନଙ୍କୁ ଆଶୀର୍ବାଦ କଲେ।

17ସେ ପୁନର୍ବାର ଯାତ୍ରା ଆରମ୍ଭ କରିବା ସମୟରେ ଜଣେ ଦୌଡ଼ିଆସି ତାହାଙ୍କ ଛାମୁରେ ଆଣ୍ଠୁପାତି ତାହାଙ୍କୁ ପଚାରିଲେ, ହେ ସଦ୍‌ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?

18ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋତେ ଉତ୍ତମ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍‍ ଈଶ୍ବରଙ୍କ ବିନା ଅନ୍ୟ କେହି ଉତ୍ତମ ନୁହେଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.