ମାର୍କ 10

ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋତେ ଉତ୍ତମ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍‍ ଈଶ୍ବରଙ୍କ ବିନା ଅନ୍ୟ କେହି ଉତ୍ତମ ନୁହେଁ।

Mark 10:18 (UKJV) And Jesus said unto him, Why call you me good? there is none good but one, that is, God.

16ପୁଣି, ଯୀଶୁ ଶିଶୁମାନଙ୍କୁ କୋଳରେ ଘେନି ଓ ସେମାନଙ୍କ ଉପରେ ହାତ ଥୋଇ ସେମାନଙ୍କୁ ଆଶୀର୍ବାଦ କଲେ।

17ସେ ପୁନର୍ବାର ଯାତ୍ରା ଆରମ୍ଭ କରିବା ସମୟରେ ଜଣେ ଦୌଡ଼ିଆସି ତାହାଙ୍କ ଛାମୁରେ ଆଣ୍ଠୁପାତି ତାହାଙ୍କୁ ପଚାରିଲେ, ହେ ସଦ୍‌ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?

18ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋତେ ଉତ୍ତମ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍‍ ଈଶ୍ବରଙ୍କ ବିନା ଅନ୍ୟ କେହି ଉତ୍ତମ ନୁହେଁ।

19ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ‘ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।’”

20ସେ ତାହାଙ୍କୁ କହିଲେ, ହେ ଗୁରୁ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.