1ଯୀଶୁ ସେହି ସ୍ଥାନରୁ ପ୍ରସ୍ଥାନ କରି ଯିହୂଦିୟା ପ୍ରଦେଶର ସୀମା ଓ ଯର୍ଦ୍ଦନ ନଦୀର ଅପର ପାରିକୁ ଆସିଲେ; ଆଉ ଲୋକସମୂହ ପୁନର୍ବାର ତାହାଙ୍କ ନିକଟରେ ଏକତ୍ର ହୁଅନ୍ତେ ସେ ନିଜ ରୀତି ଅନୁସାରେ ସେମାନଙ୍କୁ ପୁଣି, ଶିକ୍ଷା ଦେବାକୁ ଲାଗିଲେ।
2ଇତିମଧ୍ୟରେ ଫାରୂଶୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଆପଣା ସ୍ତ୍ରୀକୁ ପରିତ୍ୟାଗ କରିବା କଅଣ ପୁରୁଷ ପକ୍ଷରେ ନ୍ୟାୟସଙ୍ଗତ?
3ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋଶା ତୁମ୍ଭମାନଙ୍କୁ କି ଆଜ୍ଞା ଦେଇଅଛନ୍ତି?”
4ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ମୋଶା ଅନୁମତି ଦେଇଅଛନ୍ତି।