ମାର୍କ 10

ସେ ତାହାଙ୍କୁ କହିଲେ, ହେ ଗୁରୁ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି।

Mark 10:20 (UKJV) And he answered and said unto him, Master, all these have I observed from my youth.

18ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋତେ ଉତ୍ତମ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍‍ ଈଶ୍ବରଙ୍କ ବିନା ଅନ୍ୟ କେହି ଉତ୍ତମ ନୁହେଁ।

19ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ‘ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।’”

20ସେ ତାହାଙ୍କୁ କହିଲେ, ହେ ଗୁରୁ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି।

21ଯୀଶୁ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କୁ ସ୍ନେହ କଲେ ଓ କହିଲେ, “ତୁମ୍ଭର ଗୋଟିଏ ବିଷୟ ଊଣା ଅଛି, ତୁମ୍ଭେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”

22କିନ୍ତୁ ଏହି କଥାରେ ତାହାଙ୍କ ମୁଖ ମଳିନ ହୋଇଗଲା ଓ ସେ ଦୁଃଖିତ ହୋଇ ଚାଲିଗଲେ, କାରଣ ତାହାଙ୍କର ବହୁତ ସମ୍ପତ୍ତି ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.