ମାର୍କ 10

ଈଶ୍ବରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ଯିବାର ସହଜ।”

Mark 10:25 (UKJV) It is easier for a camel to go through the eye of a needle, than for a rich man to enter into the kingdom of God.

23ସେଥିରେ ଯୀଶୁ ଚତୁର୍ଦ୍ଦିଗକୁ ଦୃଷ୍ଟିପାତ କରି ଆପଣା ଶିଷ୍ୟମାନଙ୍କୁ କହିଲେ, “ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବେ!”

24ତାହାଙ୍କ କଥା ଶୁଣି ଶିଷ୍ୟମାନେ ବିସ୍ମୟାନ୍ୱିତ ହେଲେ। କିନ୍ତୁ ଯୀଶୁ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, “ବତ୍ସଗଣ, ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର!

25ଈଶ୍ବରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ଯିବାର ସହଜ।”

26ଏଥିରେ ସେମାନେ ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହୋଇ ପରସ୍ପରକୁ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ?

27ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହା ମନୁଷ୍ୟ ନିମନ୍ତେ ଅସାଧ୍ୟ, କିନ୍ତୁ ଈଶ୍ବରଙ୍କ ନିମନ୍ତେ ନୁହେଁ; କାରଣ ଈଶ୍ବରଙ୍କ ନିମନ୍ତେ ସମସ୍ତ ସାଧ୍ୟ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.